ଉତ୍କଳ ଦିବସ ଅବସରରେ ଟୁଇଟ୍ କରି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ,ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

0 2

ଭୁବନେଶ୍ୱର,୧/୪ : ଆଜି ପବିତ୍ର ଉତ୍କଳ ଦିବସ। ୧୯୩୬ ମସିହା ଏପ୍ରିଲ ୧ ତାରିଖରେ ଦେଶର ପ୍ରଥମ ଭାଷା ଭିତ୍ତିକ ରାଜ୍ୟ ଭାବେ ସ୍ୱତନ୍ତ୍ର ଓଡ଼ିଶା ଗଠନ ହୋଇଥିଲା। ଆଉ ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ଦେଶର ଅନେକ ବ୍ୟକ୍ତି ବିଶେଷ ଟୁଇଟ୍ କରି ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡ଼ିଆରେ ଟୁଇଟ୍ କରି ଲେଖିଛନ୍ତି, “ଉତ୍କଳ ଦିବସ ପାଳନ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ମୋର ଅଭିନନ୍ଦନ ଓ ଶୁଭେଚ୍ଛା । ରାଜ୍ୟର ଭବିଷ୍ୟତ ଉଜ୍ୱଳମୟ, ଶାନ୍ତିପ୍ରିୟ ଏବଂ ସମୃଦ୍ଧଶାଳୀ ହେଉ। ଏହା ହିଁ ମୋର କାମନା।”ଉତ୍କଳ ଦିବସ ପାଳନ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ମୋର ଅଭିନନ୍ଦନ ଓ ଶୁଭେଚ୍ଛା । ରାଜ୍ୟର ଭବିଷ୍ୟତ ଉଜ୍ୱଳମୟ, ଶାନ୍ତିପ୍ରିୟ ଏବଂ ସମୃଦ୍ଧଶାଳୀ ହେଉ ଏହା ହିଁ ମୋର କାମନା ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଓଡ଼ିଆରେ ଟୁଇଟ୍ କରି ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହା ସହିତ ଆଗାମୀ ଦିନ ମାନଙ୍କରେ ଓଡ଼ିଶାର ପ୍ରଗତି ଓ ଅଗ୍ରଗତି ପାଇଁ ପ୍ରାର୍ଥନା କରିଛନ୍ତି।

ସେହିଭଳି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଆରେ ଟୁଇଟ୍ କରି ଲେଖିଛନ୍ତି, “ଓଡ଼ିଶା ଦିବସରେ ସମସ୍ତଙ୍କୁ ମୋର ଅଭିନନ୍ଦନ। ଆମେ ଓଡ଼ିଆମାନେ ଆମ ଏକତା, ବୀରତ୍ୱ ଓ ସ୍ୱାଭିମାନୀପଣିଆ ପାଇଁ ପରିଚିତ। ହେଲେ ଏବେ ବୀରତ୍ୱ ନୁହେଁ, ଆମ ଏକତା ଓ ସ୍ୱାଭିମାନୀପଣିଆ ଦୁନିଆକୁ ଦେଖାଇବାର ସମୟ। ଆସନ୍ତୁ ଦୃଢ଼ତାରେ କରୋନା ମୁକାବିଲା କରିବା ସହ ନିଜକୁ ଓ ନିଜ ପରିବାରକୁ ସୁରକ୍ଷିତ ରଖିବା। ବନ୍ଦେ ଉତ୍କଳ ଜନନୀ।”

ଓଡ଼ିଶା ଦିବସରେ ସମସ୍ତଙ୍କୁ ମୋର ଅଭିନନ୍ଦନ। ଆମେ ଓଡ଼ିଆମାନେ ଆମ ଏକତା, ବୀରତ୍ୱ ଓ ସ୍ୱାଭିମାନୀପଣିଆ ପାଇଁ ପରିଚିତ। ହେଲେ ଏବେ ବୀରତ୍ୱ ନୁହେଁ ଆମ ଏକତା ଓ ସ୍ୱାଭିମାନୀପଣିଆ ଦୁନିଆକୁ ଦେଖାଇବାର ସମୟ। ଆସନ୍ତୁ ଦୃଢତାରେ କରୋନା ମୁକାବିଲା କରିବା ସହ ନିଜକୁ ଓ ନିଜ ପରିବାରକୁ ସୁରକ୍ଷିତ ରଖିବା। ବନ୍ଦେ ଉତ୍କଳ ଜନନୀ।

ସେହିପରି ଓଡ଼ିଶା ରାଜ୍ୟପାଳ ଗଣେଶୀ ଲାଲ ମଧ୍ୟ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଶାକୁ ଏକ ସମୃଦ୍ଧ ଓ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ସମସ୍ତେ ସଂକଳ୍ପବଦ୍ଧ ହେବା ସହ ସଂପ୍ରତି କରୋନା ବିରୋଧରେ ଓଡ଼ିଶାର ଲଢ଼େଇରେ ସାମିଲ ହେବାକୁ ଆହ୍ଵାନ କରିଛନ୍ତି ରାଜ୍ୟପାଳ।

Leave A Reply

Your email address will not be published.