ଭୁବନେଶ୍ୱରରୁ ପୁଣି ୧୨୬ କରୋନା ସଂକ୍ରମିତ ଚିହ୍ନଟ, ୪୯ ଲୋକାଲ କେସ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରୁ ଶନିବାର ଆଉ ୧୨୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ୧୨୬ ପଜିଟିଭଙ୍କ ମଧ୍ୟରୁ ୭୭ ଜଣ କ୍ୱାରେଣ୍ଟାଇନ କେନ୍ଦ୍ରରୁ ରହିଥିବା ବେଳେ ୪୯ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଆଜି ଭୁବନେଶ୍ୱରରେ ୧୩୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରୁ ୨୮୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୫୬୬ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୭ ଜଣଙ୍କର କରୋନା କାରଣରୁ ପ୍ରାଣହାନୀ ହୋଇଛି। ସେହିପରି ଭୁବନେଶ୍ୱରରୁ ବର୍ତ୍ତମାନ ୧୨୭୬ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଇଛନ୍ତି।

Comments are closed.