କରୋନା ସଂକ୍ରମଣରୁ ସୁସ୍ଥ ହେଲେ ଗୃହ ମନ୍ତ୍ରୀ ଅମିତ୍ ଶାହା

ନୂଆଦିଲ୍ଲୀ : ଗୃହମନ୍ତ୍ରୀ ଅମିତ ଶାହା କରୋନା ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି । ଶାହାଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ୍ ଆସିଛି। ଏ ନେଇ ଶାହା ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ତେବେ ସେ ଆଉ କିଛି ଦିନ ହୋମ୍‌ ଆଇସୋଲେସନ୍‌ରେ ରହିବେ।

ସୂଚନାଯୋଗ୍ୟ, ଗତ ଅଗଷ୍ଟ ୨ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିବା ପରେ ଚିକିତ୍ସା ପାଇଁ ମେଡ଼ିକାଲ୍‌ରେ ଭର୍ତ୍ତି ହୋଇଥିଲେ। ତାଙ୍କ ଶରୀରରେ କରୋନାର ପ୍ରାରମ୍ଭିକ ଲକ୍ଷଣ ଦେଖାଯିବା ପରେ ସେ ଟେଷ୍ଟ କରିଥିଲେ । ଟେଷ୍ଟରୁ ସେ କରୋନା ପଜିଟିଭ ଥିବା ଜଣାପଡ଼ିଥିଲା । ଏହା ପରେ ତାଙ୍କୁ ଗୁରୁଗାଁଓର ମେଦାନ୍ତ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ସେ କରୋନା ସଂକ୍ରମିତ ଜଣାପଡ଼ିବା ପରେ ବିଭିନ୍ନ ମହଲରୁ ତାଙ୍କ ଆରୋଗ୍ୟକାମନା କରାଯାଇଥିଲା । ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ତାଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ ।

Comments are closed.