ରାଜ୍ୟରେ ଆଜି ଆଉ ୯ ଜୀବନ ନେଲା ମହାମାରୀ କରୋନା, ୩୩୩ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୧୫/୮ : ରାଜ୍ୟରୁ ଆଜି ୯ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜି ମୃତ୍ୟୁ ବରଣ କରିଥିବା ୯ ଜଣଙ୍କୁ ମିଶାଇ ରାଜ୍ୟର ମୋଟ୍ ମୃତ୍ୟୁ ସଂଖ୍ୟା ୩୩୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁ ବରଣ କରିଥିବା ୯ ଜଣଙ୍କ ମଧ୍ୟରେ ସମ୍ବଲପୁର ଜିଲାରୁ ୪ଜଣ ରହିଥିବାବେଳେ କଟକ ଜିଲାରୁ ୨ଜଣ, ଗଞ୍ଜାମ, କେନ୍ଦୁଝର ଓ ନୟାଗଡ଼ ଜିଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Comments are closed.