ନାଳରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ପୁଲିସ ତଦନ୍ତ ଜାରି

କନ୍ଧମାଳ, ୩୦/୭ : କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ଦୁତିମେଣ୍ଡି ଗ୍ରାମ ପଞ୍ଚାୟତର ସମରଡେଗାରେ ଥିବା ଏକ ନାଳରୁ ଆଜି ଜଣେ ଅଜଣା ଯୁବକର ମୃତଦେହ ଉଦ୍ଧାର କରାଯାଇଛି । ଉକ୍ତ ନାଳରେ ମୃତଦେହ ପଡିଥିବା ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ । ଖବର ପାଇ ପୁଲିସ ଘଟଣା ସ୍ଥାନରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠେଇଛି । ବର୍ତ୍ତମାନ ସୁଦ୍ଧା ମୃତ ଯୁବକର ପରିଚୟ ମିଳିପାରି ନାହିଁ । ଏ ନେଇ ଖଜୁରୀପଡ଼ା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ରମାକାନ୍ତ ପାତ୍ର ସୂଚନା ଦେଇଛନ୍ତି।

Comments are closed.