ଝିଅମାନଙ୍କ ସର୍ବନିମ୍ନ ବିବାହ ବୟସ ନେଇ ସରକାର ନିଷ୍ପତ୍ତି ନେବେ : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧୫/୮ : ଆଗାମୀ ଦିନରେ ଝିଅମାନଙ୍କର ସର୍ବନିମ୍ନ ବିବାହ ବୟସ ନେଇ ସରକାର ନିଷ୍ପତ୍ତି ନେବେ । ଦେଶର ୭୪ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଘୋଷଣା କରିଛନ୍ତି । ଝିଅମାନଙ୍କର ସର୍ବନିମ୍ନ ବିବାହ ବୟସ ସୀମା ନିର୍ଧାରଣ ନିମନ୍ତେ ଏକ କମିଟି ଗଠନ କରାଯାଇଛି । କମିଟିର ପ୍ରସ୍ତାବ ଅନୁସାରେ ସରକାର ଏ ସମ୍ପର୍କରେ ଶୀଘ୍ର ନିଷ୍ପତ୍ତି ନେବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ସୂଚନାଯୋଗ୍ୟ ଯେ ଭାରତରେ ଏବେ ଝିଅମାନଙ୍କ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷ ରହିଛି, ଏହାକୁ ୨୧ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରାଯାଇପାରେ ବୋଲି ଚର୍ଚ୍ଚା ହେଉଛି ।

Comments are closed.