ଦେଶରେ ଆଜି ୫୪,୭୩୬ ଆକ୍ରାନ୍ତ ଚିହ୍ନଟ, ସଂକ୍ରମିତଙ୍କ ସଂଖ୍ୟା ୧୭ ଲକ୍ଷ ୫୦ ହଜାର ୭୨୪ , ମୃତ୍ୟୁ ସଂଖ୍ୟା ୩୭ ହଜାର ୩୬୪

ନୂଆଦିଲ୍ଲୀ,୨ /୮ : ଦେଶରେ ୨୪ ଘଣ୍ଟାରେ ୫୪ ହଜାର ପାର୍‌ କରିଛି ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି୫୪ ହଜାର ୭୩୬ ଜଣ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭ ଲକ୍ଷ ୫୦ ହଜାର ୭୨୪ ରେ ପହଞ୍ଚିଛି । ଦେଶରେ ସଂକ୍ରମିତଙ୍କ ସଂଖ୍ୟା ସହ ମୃତ୍ୟୁ ସଂଖ୍ୟାବି ବୃଦ୍ଧି ପାଇବାରେ ଲାଗିଛି । ୩୭ ହଜାର ଟପିଛି ଦେଶରେ କରୋନା ମୃତ୍ୟୁ ସଂଖ୍ୟା । ଗତ ୨୪ ଘଣ୍ଟାରେ ପୁଣି ୮୫୩ ଜଣଙ୍କର ମୃତ୍ୟୁ ହୋଇଛି । ମୋଟ୍ ମୃତ୍ୟୁ ସଂଖ୍ୟା ୩୭ ହଜାର ୩୬୪ ରେ ପହଞ୍ଚିଛି ।

ସୂଚନାଯୋଗ୍ୟ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୧୭ ଲକ୍ଷ ୫୦ ହଜାର ୭୨୪ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୧୧ ଲକ୍ଷ ୪୫ ହଜାର ୬୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୭ ହଜାର ୩୬୪ ଜଣ ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି, ସେହିପରି ବର୍ତ୍ତମାନ ସୁଦ୍ଧା ୫ ଲକ୍ଷ ୬୭ ହଜାର ୭୩୦ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Comments are closed.