ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୨୫,୧୦୧ , ମୃତକଙ୍କ ସଂଖ୍ୟା ୩ ହଜାର ୭୨୦କୁ ବୃଦ୍ଧି

0 14

ନୂଆଦିଲ୍ଲୀ,୨୩/୫: ଦେଶରେ କରୋନା ଭାଇରସ ଭୂତାଣୁ ଯୋଗୁଁ ମୃତକଙ୍କ ସଂଖ୍ୟା ୩ ହଜାର ୭୨୦କୁ ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଶନିବାର ସକାଳୁ ଏହି ସୂଚନା ଦିଆଯାଇଛି । ଏହି ମାରାତ୍ମକ ଭାଇରସରେ ୧ ଲକ୍ଷ ୨୫ ହଜାର ୧୦୧ ଜଣ ଲୋକ ଆକ୍ରାନ୍ତ ହୋଇଛନ୍ତି । ସେଥିରୁ ୬୯ ହଜାର ୫୯୭ ଜଣ ସକ୍ରିୟ ଆକ୍ରାନ୍ତ ଥିବା ବେଳେ ସୁସ୍ଥ ହୋଇଛନ୍ତି ୫୧ ହଜାର ୭୮୩ ଜଣ । ବିଗତ ୨୪ ଘଣ୍ଟା ମଧ୍ୟରେ କେବଳ ୬ ହଜାର ୬୫୪ ଜଣ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୧୩୭ ଜଣ ବ୍ୟକ୍ତିଙ୍କର ପ୍ରାଣହାନୀ ଘଟିଛି ।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କରୋନା ଭାଇରସରେ ମହାରାଷ୍ଟ୍ରରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ହୋଇଛି । ମହାରାଷ୍ଟ୍ରରେ ୪୪ ହଜାର ୫୮୨ ଜଣ ଆକ୍ରାନ୍ତ ହୋଇଛନ୍ତି । ସେହିପରି ୧୫୧୭ ଜଣ ଜୀବନ ହରାଇଛନ୍ତି । ଗୁଜୁରାଟରେ ୮୦୨, ମଧ୍ୟପ୍ରଦେଶରେ ୨୭୨, ଓ ପଶ୍ଚିମବଙ୍ଗରେ ୨୬୫ ଜଣ ଲୋକ ଜୀବନ ହରାଇଛନ୍ତି । ସେହିପରି ରାଜସ୍ଥାନରେ ୧୫୩, ଦିଲ୍ଲୀରେ ୨୦୮ ଓ ତାମିଲନାଡୁରେ ୯୪ ଜଣ ଜୀବନ ହାରିଛନ୍ତି ।

Leave A Reply

Your email address will not be published.