ରାଜ୍ୟରେ ଆଜି ୧୪୩୪ କରୋନା ସଂକ୍ରମିତ ଚିହ୍ନଟ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୪ ହଜାର ୯୧୩ , ମୃତ୍ୟୁ ସଂଖ୍ୟା ୧୯୭

ଭୁବନେଶ୍ଵର, ୨/୮ : ରାଜ୍ୟରେ ଆଜି ପୁଣି ୧୪୩୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୮୮୯ କ୍ୱାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୫୪୫ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଆଜି ଚିହ୍ନଟ ୧୪୩୪ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ୩୪ ହଜାର ୯୧୩ ରେ ପହଞ୍ଚିଛି ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରୁ ୫ ଲକ୍ଷ ୪୩ ହଜାର ୩୧୬ ଟି ନମୂନା ପରୀକ୍ଷଣ କରାଯାଇଥିବା ବେଳେ ୩୪ ହଜାର ୯୧୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୧ ହଜାର ୨୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୮୭ ଜଣ ଆକ୍ରାନ୍ତଙ୍କର କରୋନାରେ ମୃତ୍ୟୁ ହୋଇଛି ଏବଂ ୩୭ ଜଣ ଆକ୍ରାନ୍ତଙ୍କ ଅନ୍ୟରୋଗ କାରଣରୁ ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୩ ହଜାର ୪୦୪ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Comments are closed.