ରାଜ୍ୟରେ ଆଜି ସର୍ବାଧିକ ୨୪୯୬ କରୋନା ପଜିଟିଭ୍ ଚିହ୍ନଟ, ୫୭ ହଜାର ୧୨୬ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୧୫/୮ : ରାଜ୍ୟରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରାଜ୍ୟରୁ ଆଜି ଆଉ ୨୪୯୬ କରୋନା କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୫୯୧ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୯୦୫ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଆଜି ଚିହ୍ନଟ ହୋଇଥିବା ୨୪୯୬ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟର ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୭ ହଜାର ୧୨୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।

Comments are closed.